Friday, 27 March 2015

ଯୀଶୁଙ୍କ ଜୀବନୀ ସମ୍ବନ୍ଧରେ ଲୂକଙ୍କ ଲିଖିତ

ଯୀଶୁଙ୍କ ଜୀବନୀ ସମ୍ବନ୍ଧରେ ଲୂକଙ୍କ ଲିଖିତ   

ଅନେକ ଲୋକ ଆମ୍ଭମାନଙ୍କ ମଧ୍ୟରେ ଘଟି ଯାଇଥିବା ଘଟଣା ଗୁଡ଼ିକର ବିବରଣୀ ଲେଖିବା ପାଇଁ ଚେଷ୍ଟା କରିଛନ୍ତି।  ଯେଉଁମାନେ ଏ ଘଟଣା ଗୁଡ଼ିକୁ ନିଜେ ଆରମ୍ଭରୁ ଦେଖିଛନ୍ତି ଏବଂ ଲୋକମାନଙ୍କ ମଧ୍ୟରେ ତାହାଙ୍କ ବାର୍ତ୍ତା ପ୍ରଗ୍ଭର କରି ପରମେଶ୍ୱରଙ୍କ ସେବା କରିଛନ୍ତି, ସେହିମାନଙ୍କଠାରୁ ଯେଉଁ ବିଷୟ ଆମ୍ଭେମାନେ ଶିକ୍ଷା କରିଛୁ ଠିକ୍ ସେହିସବୁ କଥା ସେମାନେ ଲେଖିଅଛନ୍ତି।  ହେ ମାନ୍ୟବର, ଯେହେତୁ ପ୍ରଥମରୁ ମୁଁ ନିଜେ ସାବଧାନ ହୋଇ ଏ ସବୁ ଅନୁଧ୍ୟାନ କରିଛି, ସେଥିସକାଶେ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାରରେ ଲେଖିବାକୁ ମୁଁ ଉଚିତ୍ ମନେ କଲି।  ମୁଁ ଏଗୁଡ଼ିକ ଲେଖିବା ଫଳରେ ତୁମ୍ଭେମାନେ ଜାଣି ପାରିବ ଯେ ଆପଣଙ୍କୁ ଯାହାସବୁ ଶିକ୍ଷା ଦିଆଯାଇଛି, ତାହା ସତ୍ୟ।


 ହେରୋଦ ଯିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ ‘ଅବିୟଙ୍କ’ ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ। ସେମାନେ ଦୁହେଁ ପରମେଶ୍ୱରଙ୍କ ଆଗରେ ଉତ୍ତମ ବ୍ୟକ୍ତି ଥିଲେ। ସେମାନେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସେମାନେ ଦୁହେଁ ପାଳୁଥିଲେ। ସେମାନଙ୍କର କୌଣସି ଭୁଲ୍ ନ ଥିଲା।  କିନ୍ତୁ ସେମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଏଲୀଶାବେଥ ବନ୍ଧ୍ୟା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢ଼ାବୁଢ଼ୀ ହୋଇ ଯାଇଥିଲେ।


 ଜିଖରିୟ ତାହାଙ୍କ ଦଳ ତରଫରୁ ଜଣେ ଯାଜକ ହିସାବରେ ମନ୍ଦିରରେ ପରମେଶ୍ୱରଙ୍କ ସେବାକାର୍ଯ୍ୟ କରୁଥିଲେ। ସେବାକାର୍ଯ୍ୟ କରିବା ପାଇଁ ତାହାଙ୍କ ଦଳର ପାଳି ପଡ଼ିଲା।  ଧୂପ ଅର୍ପଣ କରିବା ପାଇଁ ଯାଜକମାନେ ସଦାବେଳେ ଜଣେ ଯାଜକଙ୍କୁ ବାଛୁଥିଲେ। ଜିଖରିୟଙ୍କୁ ଏଥିପାଇଁ ବଛାଗଲା। ତେଣୁ ଜିଖରିୟ ପ୍ରଭୁଙ୍କ ମନ୍ଦିର ଭିତରକୁ ଧୂପ ଦେବା ପାଇଁ ଗଲେ।  ବାହାରେ ବହୁତ ଲୋକ ଜମା ହୋଇଥିଲେ। ଧୂପ ଲାଗିବା ସମୟରେ ସେମାନେ ପ୍ରାର୍ଥନା କରୁଥିଲେ।



 ସେହି ସମୟରେ ଜିଖରିୟଙ୍କ ଆଗରେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଦର୍ଶନ ଦେଲେ। ସେ ଧୂପ ବେଦିର ଡାହାଣ ପଟେ ଠିଆ ହୋଇଥିଲେ।  ଜିଖରିୟ ସ୍ୱର୍ଗଦୂତଙ୍କୁ ଦେଖିବା ମାତ୍ରେ ବିଚଳିତ ଓ ବହୁତ ଭୟଭୀତ ହେଲେ।  କିନ୍ତୁ ସ୍ୱର୍ଗଦୁତ ତାହାଙ୍କୁ କହିଲେ, “ଜିଖରିୟ! ଭୟ କର ନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ୱର ଶଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭେମାନେ ତାହାର ନାମ ଯୋହନ ରଖିବ।  ତୁମ୍ଭେ ଅତ୍ୟନ୍ତ ଖୁସୀ ହେବ। ତାହାଙ୍କର ଜନ୍ମ ହେତୁ ବହୁତ ଲୋକ ଖୁସୀ ହେବେ।  ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।


 “ଯୋହନ ଅନେକ ଇସ୍ରାଏଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫେରି ଆସିବାକୁ ସାହାଯ୍ୟ କରିବେ। ପ୍ରଭୁ ସେମାନଙ୍କର ପରମେଶ୍ୱର ଅଟନ୍ତି।  ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହେବେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ୱରଙ୍କୁ ଅବଜ୍ଞା କରୁଥିବା ଅନେକ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନେଇ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।”

 ଜିଖରିୟ ସ୍ୱର୍ଗଦୂତଙ୍କୁ କହିଲେ, “ତୁମ୍ଭେ ଯାହା କହୁଛ, ତାହା ସତ୍ୟ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢ଼ା ଲୋକ ଓ ମୋର ପତ୍ନୀ ମଧ୍ୟ ବୁଢ଼ୀ ହୋଇଗଲେଣି।”
 ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ। ମୁଁ ପରମେଶ୍ୱରଙ୍କ ସାମନାରେ ଠିଆ ହୋଇଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଗ୍ଭର ଦେବାକୁ ପରମେଶ୍ୱର ମୋତେ ପଠାଇଛନ୍ତି।  ଏବେ ଶୁଣ! ତୁମ୍ଭେମାନେ ମୋ’ କଥାରେ ବିଶ୍ୱାସ କଲ ନାହିଁ। କିନ୍ତୁ ନିଶ୍ଚିତ ସମୟ ଆସିଲେ ଏହା ସତ୍ୟ ବୋଲି ପ୍ରମାଣିତ ହେବ। ଏବେ ତୁମ୍ଭେ ମୂକ ହୋଇଯିବ। ଯେପର୍ଯ୍ୟନ୍ତ ଏସବୁ ନ ଘଟିଛି, ସେ ପର୍ଯ୍ୟନ୍ତ ତୁମ୍ଭେ କହିବା ଶକ୍ତି ହରେଇ ବସିବ।”
 ତେଣେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରିଥିଲେ। ସେମାନେ ଆଶ୍ଚର୍ଯ୍ୟ ହେଲେ ଯେ ଏତେ ସମୟ ପର୍ଯ୍ୟନ୍ତ ଜିଖରିୟ ମନ୍ଦିର ଭିତରେ କାହିଁକି ଅଟକି ରହିଛନ୍ତି!  ଯେତେବେଳେ ଜିଖରିୟ ବାହାରକୁ ଆସିଲେ, ସେତେବେଳେ ସେ କିଛି କଥା କହି ପାରୁ ନ ଥିଲେ। ତେଣୁ ସେମାନେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତରେ କୌଣସି ଦିବ୍ୟଦର୍ଶନ ପାଇଛନ୍ତି। ସେ ମୂକ ହୋଇ ଯାଇଥିଲେ ଓ କେବଳ ଠାରରେ କହୁଥିଲେ।  ଜିଖରିୟଙ୍କ ସେବାକାର୍ଯ୍ୟର ସମୟ ଶେଷ ହୋଇଯିବା ପରେ ସେ ଘରକୁ ଫେରିଗଲେ।


“ମୋର ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି।
47     ମୋର ହୃଦୟ ଆନନ୍ଦରେ ପରିପୂର୍ଣ୍ଣ। କାରଣ ପରମେଶ୍ୱର ମୋର ଉଦ୍ଧାର କର୍ତ୍ତା।
48 ମୋର କିଛି ମହତ୍ତ୍ୱ ନାହିଁ,
    କିନ୍ତୁ ପରମେଶ୍ୱର ମୋ’ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ।
ଆଜିଠାରୁ ସମସ୍ତେ ମୋତେ ଧନ୍ୟ କହିବେ।
49 କାରଣ ସର୍ବଶକ୍ତିମାନ ପରମେଶ୍ୱର ମୋ’ ପାଇଁ ମହାନ୍ କାର୍ଯ୍ୟ ସବୁ କରିଛନ୍ତି।
    ତାହାଙ୍କର ନାମ ପବିତ୍ର ହେଉ।
50 ଯେଉଁମାନେ ତାହାଙ୍କର ଉପାସନା କରନ୍ତି,
    ସେ ସେମାନଙ୍କୁ ସଦାସର୍ବଦା ଦୟା କରନ୍ତି।
51 ସେ ତାହାଙ୍କର ବାହୁର ଶକ୍ତି ଦେଖାଇଛନ୍ତି।
    ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସେମାନଙ୍କର ସମସ୍ତ ଯୋଜନା ଧ୍ୱଂସ କରିଦେଲେ।
52 ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ
    ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।
53 ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦେଇ ତୃପ୍ତ କଲେ,
    କିନ୍ତୁ ଧନୀ ଓ ସ୍ୱାର୍ଥପର ଲୋକଙ୍କୁ ଖାଲି ହାତରେ ଫେରାଇଦେଲେ।
54 ତାହାଙ୍କର ସେବା କରିବା ପାଇଁ ସେ ନିଜେ ବାଛିଥିବା ଇସ୍ରାଏଲର ଲୋକମାନଙ୍କୁ ସାହାଯ୍ୟ କଲେ।
    ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।
55 ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦେଖାଇବା ପାଇଁ ଦେଇଥିବା,
    ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।”












No comments:

Post a Comment